ପାଟଣା,ଏନ୍ଏନ୍ଏସ୍: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ରାଜନଗର ତୁରୁମୁଙ୍ଗା ରାସ୍ତାର କଇଣ୍ଡା ନିକଟରେ ଭାରସାମ୍ୟ ହରାଇ ଏକ ବୋଲେରୋ ରାସ୍ତାରୁ ୧୦ ଫୁଟ ତଳକୁ ଖସି ପଡ଼ିଛି। ଫଳରେ ଗାଡ଼ିରେ ଥିବା ୫ଜଣ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ମିଳିଥିବା ରିପୋର୍ଟ ମୁତାବକ, ବୋଲେରୋ ଗାଡ଼ିଟି ରାଜନଗର ପଟୁ ତୁରୁମୁଙ୍ଗା ଆଡ଼କୁ ଆସୁଥିବା ସମୟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ରାସ୍ତାରୁ ୧୦ ଫୁଟ ତଳକୁ ଖସିପଡ଼ିଥିଲା। ଖବର ପାଇ ଘଟଣାସ୍ଥଳରେ ତୁରୁମୁଙ୍ଗା ପୁଲିସ ପହଂଚି ତଦନ୍ତ ଆରମ୍ଭ କରିଛି। ଗାଡ଼ିଟି ଖୋରଦାରୁ ଟିଆଁସପଶିକୁ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଛି।