ଅଦ୍ୟତନ ବ୍ରହ୍ମୋସ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର,ଏନ୍ଏନ୍ଏସ୍: ବାଲେଶ୍ୱରର ଚାନ୍ଦିପୁରରୁ ଆଜି ଅଦ୍ୟତମ ବ୍ରହ୍ମୋସ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ସକାଳ ୧୦ଟା ୧୫ରେ ଆଇଟିଆରର ୩ ନମ୍ବର ଲଞ୍ଚପ୍ୟାଡରୁ ଉତକ୍ଷେପଣ କରାଯାଇଥିଲା। ଏହି ଅଦ୍ୟତନ ବ୍ରହ୍ମୋସ କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ୪ ଶହ କିଲୋମିଟର ବୋଲି ଡିଆରଡିଓ ପକ୍ଷରୁ ସୂଚନା ଦିଆଯାଇଛି।