ମାଲକାନଗିରି,ଏନ୍ଏନ୍ଏସ୍: ମାଲକାନଗିରି ଜିଲ୍ଲା ପାଣ୍ଡ୍ରିପାଣିରେ ବାହାଘର ଶୋଭାଯାତ୍ରା ଚାଲିଥିବାବେଳେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ବରଯାତ୍ରୀଙ୍କ ଉପରେ ଟ୍ରକ ମାଡ଼ିଯିବାରୁ ୨ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ଜଣ ଗୁରୁତର ହୋଇଛନ୍ତି। ଫଳରେ ଘଟଣାସ୍ଥଳରେ ତୀବ୍ର ଉତ୍ତେଜନା ଦେଖାଦେଇଥିବାବେଳେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଛନ୍ତି।