ଆଜିଠୁ ଆରମ୍ଭ ହେଉଛି ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜିଠୁ ବିଧାନସଭାରେ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଆରମ୍ଭ ହେଉଛି। ଏହି ଅବସରରେ ବିରୋଧୀ ଦଳ ରାଜ୍ୟ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହୋଇଛନ୍ତି। ବିଶେଷ କରି ଏହି ଅଧିବେଶନରେ ଜଙ୍ଗଲ ନିଆଁ, ମଣ୍ଡି ସମସ୍ୟା, ଚାଷୀଙ୍କୁ ଟୋକନ ନମିଳିବା, ଧାନର ଅଭାବୀ ବିକ୍ରି ଭଳି ପ୍ରସଙ୍ଗ, ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଓ କୋଟିଆକୁ ନେଇ ବିରୋଧୀ ଦଳ ରାଜ୍ୟ ସରକାରଙ୍କୁ ଘେରିବା ନେଇ ରଣନୀତି ପ୍ରସ୍ତୁତ କରିଥିବା ଜଣାପଡ଼ିଛି।

ବଜେଟ ଅଧିବେଶନ ଦ୍ୱିତୀୟ ପର୍ଯ୍ୟାୟ ଆଜିଠୁ ଏପ୍ରିଲ ୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ପର୍ଯ୍ୟାୟରେ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ସହ ପାରିତ ହେବାର କାର୍ଯ୍ୟକ୍ରମ ରହିଛି। ସେହିପରି ବ୍ୟୟ ମଞ୍ଜୁରି ବିଲ ପାସ କରିବା ପାଇଁ ମାର୍ଚ୍ଚ ୩୧ ତାରିଖକୁ ଧାର୍ଯ୍ୟ କରାଯାଇଛି।