Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ଆଜିଠାରୁ ଆରମ୍ଭ ହେଲା ସଂସଦର ବଜେଟ୍ ଅଧିବେଶନ, ସମ୍ବୋଧନ କଲେ ରାଷ୍ଟ୍ରପତି – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ଆଜିଠାରୁ ଆରମ୍ଭ ହେଲା ସଂସଦର ବଜେଟ୍ ଅଧିବେଶନ, ସମ୍ବୋଧନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,ଏଜେନ୍ସି: ଆଜିଠାରୁ ଆରମ୍ଭ ହେଲା ସଂସଦର ବଜେଟ୍ ଅଧିବେଶନ। ବଜେଟ୍ ଅଧିବେଶନ ଆରମ୍ଭରେ ସେଣ୍ଟ୍ରାଲ ହଲରେ ଉଭୟ ସଦନର ସଦସ୍ୟଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ।

ବଜେଟ୍ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ‘ବଜେଟ ଅଧିବେଶନରେ ସକରାତ୍ମକ ଆଲୋଚନା ହେବାର ଆଶା ରହିଛି।

ସମସ୍ତ ସାଂସଦ ମୁକ୍ତ ଭାବେ ଆଲୋଚନା କରନ୍ତୁ। ୨ଟି ପର୍ଯ୍ୟାୟରେ ଆରମ୍ଭ ହୋଇ ବଜେଟ୍ ଅଧିବେଶନ ଏପ୍ରିଲ ୮ରେ ସରିବ। ଫେବୃଆରୀ ୧୧ ଯାଏଁ ପ୍ରଥମ, ମାର୍ଚ୍ଚ ୧୪ରୁ ଏପ୍ରିଲ ୮ ଯାଏଁ ଦ୍ୱିତୀୟ ଅଧିବେଶନ ଚାଲିବ।

 ବଜେଟ୍ ଅଧିବେଶନର ପ୍ରଥମ ଦୁଇ ଦିନରେ ଶୂନ୍ୟକାଳ କିମ୍ବା ପ୍ରଶ୍ନକାଳ ରହିବ ନାହିଁ। ବୁଧବାରଠାରୁ ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ଆରମ୍ଭ ହେବ।

ଫେବୃଆରୀ ୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଆଲୋଚନାରେ ତାଙ୍କ ବକ୍ତବ୍ୟ ରଖିବେ ବୋଲି ଅନୁମାନ କରାଯାଉଛି। ବଜେଟ୍ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜାନୁୟାରି ୩୧ରୁ ଫେବୃଆରୀ ୧୧ ପର୍ଯ୍ୟନ୍ତ ଚାଲିବ।