ପାଟଣା,ଏନ୍ଏନ୍ଏସ୍: କେନ୍ଦୁଝର ଜିଲ୍ଲା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ତୁରୁମୁଙ୍ଗା ଥାନା ଖିରେଇଟାଙ୍ଗିରି ଶାଳ ନିକଟରେ ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତ ସ୍କୁଟି ଆରୋହୀ ଜଣଙ୍କ ଘଟଗାଁ ଥାନା ଡ଼ଳଙ୍ଗପାଣି ଗ୍ରାମର ଧରଣୀଧର ନାଏକ। ପୁଲିସ ସୂଚନା ଅନୁସାରେ ଡଲଫିନ ନାମକ ଏକ ଘରୋଇ ବସ୍ କେନ୍ଦୁଝରରୁ କୋଲକାତା ଅଭିମୁଖେ ଯାଉଥିଲା।
ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ସ୍କୁଟିକୁ ବସଟି ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିିଁ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଥିଲା। ଖବରପାଇ ତୁରୁମୁଙ୍ଗା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଛେଦ ପାଇଁ ପଠାଇବା ସହ ଦୁର୍ଘଟଣା ଗ୍ରସ୍ତ ଗାଡିକୁ ଜବତ କରିଛି।