ଯମୁନା ଏକ୍ସପ୍ରେସ୍‌ୱେରେ ଓଲଟିଲା ବସ୍, ୧୪ ଯାତ୍ରୀ ଆହତ

ଆଗ୍ରା,ଏଜେନ୍ସି: ପ୍ରାୟ ୧୦୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଘରୋଇ ବସ୍ ଉତ୍ତର ପ୍ରଦେଶର ଆଗ୍ରା ଜିଲ୍ଲା ଦେଇ ଯାଇଥିବା ଯମୁନା ଏକ୍ସପ୍ରେସ୍‌ୱେରେ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ୧୪ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ ଆଜି ଭୋରରେ ଖନ୍ଦୌଲି ଅଞ୍ଚଳରେ ଏକ ଯାତ୍ରୀ ବସ୍ ଦ୍ରୁତଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଏହା ଦେଖି ସ୍ଥାନୀୟ ଅଞ୍ଚଳର ଲୋକେ ପୁଲିସକୁ ସୂଚନା ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରିବା ସହ ସେମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲକୁ ପଠାଇଥିବା ଜଣାପଡ଼ିଛି।