ଭୁବନେଶ୍ୱର,ଏନ୍ଏନ୍ଏସ୍: କେନ୍ଦ୍ର ବଜେଟରେ ଓଡ଼ିଶାକୁ ରେଳ ଅନୁଦାନ ନେଇ ସୂଚନା ମିଳିଛି । ଏଥିରେ ଖୋର୍ଦ୍ଧା-ବଲାଙ୍ଗିର ରେଳ ଲାଇନ ପାଇଁ ୮୯୧ କୋଟି ଟଙ୍କା ମଞ୍ଜୁର ହୋଇଥିବାବେଳେ ଅନୁଗୁଳ-ସୁକିନ୍ଦା ପାଇଁ ୪୭୭ କୋଟି ଟଙ୍କା ମଞ୍ଜୁର ହୋଇଛି । ସେହିପରି ହରିଦାସପୁର-ପାରଦ୍ୱୀପ ପାଇଁ ୮୫ କୋଟି ଟଙ୍କା, ତାଳଚେର-ବିମଳାଗଡ଼ ପାଇଁ ୨୫୦ କୋଟି ଟଙ୍କା, ଜୟପୁର-ମାଲକାନଗିରି ପାଇଁ ୧୩ କୋଟି ୮୦ଲକ୍ଷ ଟଙ୍କା, ଜୟପୁର-ନବରଙ୍ଗପୁର ପାଇଁ ୮୧ କୋଟି ଟଙ୍କା ଓ ନୌପଡ଼ା-ଗୁଣପୁର-ଥେରୁବାଲି ପାଇଁ ୧୦ କୋଟି ଟଙ୍କା ଅନୁମୋଦିତ ହୋଇଛି ।