ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀରେ ଭୁବନେଶ୍ୱରରେ ଚାଞ୍ଚଲ୍ୟ । ଘର ଭିତରୁ ମିଳିଲା ୩ ଜଣଙ୍କ ମୃତଦେହ । ରାଜଧାନୀରେ ଭୁବନେଶ୍ୱର ଚିନ୍ତାମଣିଶ୍ୱର ଅଞ୍ଚଳରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି । ୧୫ ମାସର ଶିଶୁ ସହ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ମୃତ ଦମ୍ପତି ମହାରାଷ୍ଟ୍ରର ବୋଲି ଜଣାପଡିଛି । ତେବେ ମୃତ୍ୟୁର ପ୍ରକୃତ କାରଣ ଏଯାଏ ସ୍ପଷ୍ଟ ହୋଇନାହିଁ ।
ତେବେ ମୃତକ ତିନି ଜଣ ହେଉଛନ୍ତି ତୁଷାର ରାଜେନ୍ଦ୍ର ଜଗତବ, ତୁଷାରଙ୍କର ସ୍ତ୍ରୀ ନୀଲା ତୁଷାର ଜଗତବ ଓ ଝିଅ ସିବିନ୍ୟା । ତେବେ ପାରିବାରିକ କଳହରୁ ଏଭଳି ଘଟଣା ଘଟିଥିବା ସନ୍ଦେହ କରାଯାଉଛି । ସମ୍ପତ୍ତି ବିବାଦ ଯୋଗୁଁ ପୂର୍ବରୁ ପାରିବାରିକ କଳହ ଲାଗି ରହିଥିଲା ।