ବିଜେପି ନେତା ଓ ସହଯୋଗୀଙ୍କୁ ହତ୍ୟା ଘଟଣା: ୧୨ ଜଣଙ୍କ ନାଁରେ ମାମଲା ରୁଜୁ

ମାହାଙ୍ଗା,ଏନ୍ଏନ୍ଏସ୍: ମାହାଙ୍ଗାରେ ବିଜେପି ନେତା ଓ ତାଙ୍କ ସହଯୋଗୀଙ୍କୁ ହତ୍ୟା ମାମଲାରେ ପୁଲିସ କାର୍ଯ୍ୟାନୁଷ୍ଠାନ ନେଇଛି। ଏହି ମାମଲାରେ ୧୨ ଜଣଙ୍କ ନାଁରେ ଥାନାରେ ଏତଲା ଦିଆଯାଇଛି। ସୂଚନା ଅନୁସାରେ, କଟକ ଜିଲ୍ଲା ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହି ଖବର ପ୍ରଘଟ ହେବା ପରେ ସାଧାରଣରେ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍ଥିତି ନିୟନ୍ତ୍ରଣ କରିବାକୁ ଦୁଇ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଥିଲା। ଏହାସହ ବରିଷ୍ଠ ପୁଲିସ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲେ। ତେବେ ଶନିବାର ଏହି ଘଟଣାରେ ପୁଲିସ ୧୨ ଜଣଙ୍କ ନାଁରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି।