ସୁବର୍ଣ୍ଣପୁର,ଏନ୍ଏନ୍ଏସ୍: ସୁବର୍ଣ୍ଣପୁର ଜିଲ୍ଲା ତରଭା ଥାନା ଖାରୀ ନିକଟରେ କାର ଧକ୍କାରେ ୩ଜଣଙ୍କ ମୃତ୍ୟୁ ଘଟଣା ପରଠୁ ବିବାଦରେ ଥିବା ଇନ୍ସପେକ୍ଟର ସ୍ନିଗ୍ଧାରାଣୀ ସୁନାଙ୍କ ନାଁରେ ତରଭା ପୁଲିସ ମାମଲା ରୁଜୁ କରିଛି । ଅଭିଯୁକ୍ତକୁ ଅପରାଧରେ ସହଯୋଗ କରିବା ଅଭିଯୋଗରେ ତାଙ୍କ ନାଁରେ ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି । ଏନେଇ ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ସୂଚନା ପ୍ରଦାନ କରିଛନ୍ତି । ଏହାସହ ସ୍ନିଗ୍ଧାରାଣୀ ସୁନାଙ୍କୁ ନୋଟିସ ଜାରି କରାଯାଇଥିବା ସେ କହିଛନ୍ତି । ଅନ୍ୟପଟେ ଇନ୍ସପେକ୍ଟର ସ୍ନିଗ୍ଧାରାଣୀ ସୁନାଙ୍କ କାର ଚଲାଉଥିବା ଡ୍ରାଇଭର ଅଜୟ ଜେଠୀଙ୍କୁ ତରଭା ଜେଏମଏଫସିରୁ ଜାମିନ ମିଳିଥିବା ନେଇ ତାଙ୍କ ଓକିଲ ଆଦିକନ୍ଦ ପାଣିଗ୍ରାହୀ ସୂଚନା ଦେଇଛନ୍ତି ।