ଆଜି ପ୍ରକାଶ ପାଇବ ସିବିଏସଇ ଦଶମ ଶ୍ରେଣୀ ରେଜଲ୍ଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ପ୍ରକାଶ ପାଇବ ସିବିଏସଇ ଦଶମ ଶ୍ରେଣୀ ରେଜଲ୍ଟ। ଏନେଇ କେନ୍ଦ୍ର ମାନବସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ସୂଚନା ଦେଇଛନ୍ତି। ମନ୍ତ୍ରୀ ଟ୍ୱିଟ୍ କରି ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଚଳିତ ବର୍ଷ ୧୬ ହାଜର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ଏନେଇ ଛାତ୍ରଛାତ୍ରୀମାନେ http://cbseresults.nic.in/ଡିଜି ଲକର ଆପରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଫଳ ଦେଖିପାରିବେ। ସେହିପରି ସୋମବାର ସିବିଏସଇ ଦ୍ୱାଦଶ ଶ୍ରେଣୀ ରେଜଲ୍ଟ ପ୍ରକାଶ ପାଇଥିଲା। ଚଳିତ ବର୍ଷ ଦ୍ୱାଦଶ ଶ୍ରେଣୀର ଫଳାଫଳ ପୂର୍ବ ବର୍ଷ ତୁଳନାରେ ୫.୩୮ ପ୍ରତିଶତ ଅଧିକ ରହିଛି।