ସିଡିଏସ୍ ବିପିନ ରାୱତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ତାମିଲନାଡ଼ୁର କନ୍ନୁରରେ ବାୟୁସେନାର  ହେଲିକପ୍ଟର ଦୁର୍ଘଟଣାରେ ସିଡିଏସ୍ ଜେନେରାଲ ବିପିନ ରାୱତଙ୍କର ମୃତ୍ୟୁ ହୋଇଛି। ଏନେଇ ଟ୍ୱିଟ୍ କରି ଭାରତୀୟ ବାୟୁସେନା ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଶ୍ରୀ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ସମେତ ଆଉ ୧୧ଜଣ ପ୍ରାଣ ହରାଇଥିବା ନେଇ ସୂଚନା ମିଳିଛି।