ବଡ଼ମାଳ ବିଦ୍ୟାଳୟରେ ସ୍ୱାଧୀନତାର ଅମୃତ ମହୋତ୍ସବ

ସଇଁନ୍ତଲା,ଏନ୍‌ଏନ୍‌ଏସ୍‌: ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଅନ୍ତର୍ଗତ ବଡ଼ମାଳ ଗୋଳାବାରୁଦ କାରଖାନା ବିଦ୍ୟାଳୟରେ ସ୍ୱାଧୀନତାର ଅମୃତ ମହୋତ୍ସବ ଶୀର୍ଷକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ଭି.ଶ୍ରବଣ କୁମାରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ ମୁଖ୍ୟଅତିଥି ଭାବେ ଯୋଗଦେଇ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କରେ ବୁଝାଇବା ସହ ଛାତ୍ରଛାତ୍ରୀଙ୍କ ପ୍ରଶ୍ନର ଉତ୍ତର ରଖିଥିଲେ । ଏହି ଅବସରରେ ଅଧ୍ୟକ୍ଷ ପ୍ରଫେସର ଘନଶ୍ୟାମ ପାଣିଗ୍ରାହୀ ମୁଖ୍ୟବକ୍ତା ଭାବେ ଯୋଗଦେଇ ଥିବାବେଳେ ବିଦ୍ୟାଳୟର ଶିକ୍ଷକ ରଜମଣି ସାହୁ ମଞ୍ଚ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ଶିକ୍ଷକ ରଞ୍ଜିତ ମିଶ୍ର, କିରଣ କୁମାରୀ, ଅର୍ଜୁନ ଚରଣ ପଣ୍ଡା, ସୁରେନ୍ଦ୍ର କୁମାର ଷଡ଼ଙ୍ଗୀ, ପ୍ରଭାସ ଷଡ଼ଙ୍ଗୀ, ବାସୁଦେବ ବେହେରା, ଆର୍ତ୍ତବଭ ନାୟକ, ସୁଶାନ୍ତ କୁମାର ସାହୁ, ହୁତାଶନ ତାଣ୍ଡି, ଶୁନିମା ପଟେଲ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ପ୍ରଧାନଶିକ୍ଷକ ଚିନ୍ତାମଣି ମହନ୍ତ ଧନ୍ୟବାଦ ଅର୍ପଣ କରିଥିଲେ ।