ଯୋଗ ଓ ଜିମ୍ ସେଣ୍ଟର ପାଇଁ ଜାରି ହେଲା ଗାଇଡଲାଇନ

ଭୁବନେଶ୍ୱର,ଏନ୍ଏନ୍ଏସ୍: କେନ୍ଦ୍ର ସରକାରଙ୍କ ଅନଲକ-୩ ଅନୁସାରେ ଆସନ୍ତା ବୁଧବାରଠାରୁ ଦେଶର ସମସ୍ତ ଯୋଗ ଓ ଜିମ୍ ସେଣ୍ଟର ଖୋଲିବାକୁ ଯାଉଛି। ଏଥିପାଇଁ କେନ୍ଦ୍ର ସରକାର ଗାଇଡଲାଇନ ଜାରି କରିଛନ୍ତି। ଯଦ୍ୱାରା ୬୫ ବର୍ଷୀୟ ବୟସ୍କ ବ୍ୟକ୍ତି, ଗର୍ଭବତୀ ଓ ୧୦ ବର୍ଷରୁ କମ୍ ଶିଶୁଙ୍କ ପ୍ରବେଶ ଉପରେ ରୋକ ଲଗାଯାଇଛି। ଯୋଗାଭ୍ୟାସ କିମ୍ବା ବ୍ୟାୟମ ସମୟରେ ସମସ୍ତଙ୍କୁ ବାଧ୍ୟତାମୂଳକ ଭାବେ ମାସ୍କ ପିନ୍ଧିବାକୁ ପଡ଼ିବ। ପରସ୍ପର ମଧ୍ୟରେ ଅତି କମରେ ୬ ଫୁଟ ଦୂରତା ବଜାୟ ରଖିବାକୁ ପରାମର୍ଶ ଦିଆଯାଇଛି। ବ୍ୟାୟାମ ଓ ଯୋଗକେନ୍ଦ୍ର ପରିସରରେ ଛେପ ପକାଇବାକୁ ବାରଣ କରାଯାଇଛି। ଏଥିସହିତ ବ୍ୟାୟମ ଉପକରଣ ବ୍ୟବହାର କରିବା ପୂର୍ବରୁ ହାତକୁ ସାନିଟାଇଜ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।