ଓଡ଼ିଶା ପହଞ୍ଚିଲା କେନ୍ଦ୍ରୀୟ ଟିମ୍

ଭୁବନେଶ୍ୱର,ଏନ୍ଏନ୍ଏସ୍: ବାତ୍ୟା ୟାସ କ୍ଷୟକ୍ଷତିର ଆକଳନ ପାଇଁ କେନ୍ଦ୍ରୀୟ ଟିମ୍ ଆସି ଓଡ଼ିଶାରେ ଆଜି ପହଞ୍ଚିଛନ୍ତି । ସୋମବାର ବାତ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରିବ ଏହି ଟିମ୍। ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବ ସୁନୀଲ କୁମାର ବର୍ଣ୍ଣୱାଲଙ୍କ ନେତୃତ୍ୱରେ ଏହି ଟିମ ଓଡ଼ିଶା ଆସିଛି । ଏହି କେନ୍ଦ୍ରୀୟ ଦଳରେ ୭ ଜଣ ସଦସ୍ୟ ରହିଛନ୍ତି । ଦୁଇଦିନ ଧରି ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିବାର କାର୍ଯ୍ୟକ୍ରମ ରହିଛି । ବାତ୍ୟା ୟସ ଦ୍ୱାରା ବିଶେଷ ଭାବେ ପ୍ରଭାବିତ ହୋଇଥିବା ୪ ଜିଲ୍ଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଓ ମୟୂରଭଞ୍ଜ ଗସ୍ତ କରିବ ଏହି ଟିମ । ଦୁଇ ଟିମରେ ବିଭକ୍ତ ହୋଇ ୪ ଜିଲ୍ଲା ଗସ୍ତ କରିବ ଏହି କେନ୍ଦ୍ରୀୟ ପ୍ରତିନିଧି ଦଳ।