ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଉପନିର୍ବାଚନ ସମୀକ୍ଷା ବୈଠକ

ଭୁବେନଶ୍ୱର,ଏନ୍‌ଏନ୍‌ଏସ୍‌: ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଆଜି ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ସହ ସଂପୃକ୍ତ ବରିଷ୍ଠ ଅଧିକାରୀଙ୍କୁ ନେଇ ଭିଡ଼ିଓ କନେଫେରନ୍ସିଂ ମାଧ୍ୟମରେ ଏକ ସମୀକ୍ଷା ବୈଠକ କରାଇଛନ୍ତି । ବିଶେଷ କରି ଉପନିର୍ବାଚନେବେଳ ସମଗ୍ର ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳରୀର ସବୁ ବୁଥରେ ୱେବ୍ କାଷ୍ଟିଂ ହେବ । ସେଥିପାଇଁ ଆଇନ ଶୃଙ୍ଖଳା ରକ୍ଷା, ନିର୍ବାଚନ ମଣ୍ଡଳୀର ସବୁ ବୁଥକୁ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ସାମଗ୍ରୀର ସୁବଣ୍ଟନ, କାଳବୈଶାଖୀ ଝଡ଼ ବାତ୍ୟାର ଆଗୁଆ ଆକଳନ, ଏକଜିଟ୍ ପୋଲ ଉପରେ ରୋକ୍‌, ଉପନିର୍ବାଚନ ପୂର୍ବ ଓ ପରବର୍ତ୍ତୀ ପ୍ରସ୍ତୁତି ଯଥା-ଷ୍ଟ୍ରଙ୍ଗ୍‌ରୁମ୍ ପ୍ରସ୍ତୁତି ଓ ଏହାର ସୁରକ୍ଷା, ଜରୁରୀ ସ୍ୱାସ୍ଥ୍ୟସେବା ଯୋଗାଣ ନିମେନ୍ତ ପ୍ରସ୍ତୁତି ଇତ୍ୟାଦି ସମ୍ପର୍କରେ ବିସ୍ତୃତ ଭାବେର ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ସଂପୃକ୍ତ ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ଏହି ଆଭାସୀ ବୈଠକରେ ଉପନିର୍ବାଚନ ନିମେନ୍ତ ନିଯୁକ୍ତ ହୋଇଥିବା ସାଧାରଣ ପର୍ଯ୍ୟବେକ୍ଷକ ଦବକ୍ରିଷ୍ଣା ତିୱାରୀ, ପୁଲିସ ପର୍ଯ୍ୟବେକ୍ଷକ ହମିଦ୍ ଅଖତାର, ଖର୍ଚ୍ଚ ପର୍ଯ୍ୟବେକ୍ଷକ ରବିରାଜ ସାହୁରାଜ, ଖୋଗେର ରାଜ୍ୟ ଆଇନଶୃଙ୍ଖଳା ଆଇଜି ପ୍ରବୀଣ କୁମାର, ଝାରସୁଗୁଡ଼ା ଜିଲ୍ଲାପାଳ ଆବୋଲି ଏସ୍‌. ନରୱାଣେ ଓ ଆରକ୍ଷୀ ଅଧୀକ୍ଷକ ସ୍ମିଥ୍ ପି. ପୁରୁଷୋତ୍ତମ ଦାସ, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର, ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରେମାଦ କୁମାର ସାହୁ ଓ ଉପମୁଖ୍ୟ ନିର୍ବାଚନ ଅଧିକାରୀ ପଦ୍ମଜା ଦାଶ ପ୍ରମୁଖ ଉପସ୍ଥିତ ଥିଲେ ।