ସ୍ୱାଧୀନତା ଦିବସର ମୁଖ୍ୟଅତିଥି ହେବେ ମୁଖ୍ୟମନ୍ତ୍ରୀ

  • ଭୁବନେଶ୍ୱର: ରାଜ୍ୟସ୍ତରୀୟ ୭୫ତମ ସ୍ୱାଧୀନତା ଦିବସ ସମାରୋହ ୟୁନିଟ୍-୩ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହେବ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥିଭାବେ ଯୋଗଦେବେ। ଏହି ପରିପ୍ରେକ୍ଷୀରେ ଆଜି ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ବିପି ସେଠୀଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।
    କୋଭିଡ୍ ଯୋଗୁଁ ସ୍ୱଳ୍ପ ଅତିଥି, କୋଭିଡ୍ ଯୋଦ୍ଧା, ଅଧିକାରୀ, କର୍ମଚାରୀଙ୍କୁ ନେଇ ସ୍ୱାଧୀନତା ଦିବସ ପାଳନ ହେବ। ଆରଡିସି ଜୋନ, ଜିଲ୍ଲା, ବ୍ଲକସ୍ତରରେ ମଧ୍ୟ ସ୍ୱାଧୀନତା ଦିବସ ପାଳନ କରିବାକୁ ନିଷ୍ପତ୍ତି ହୋଇଛି। ବିଭିନ୍ନ ଗଣମାଧ୍ୟମରେ ସମାରୋହର ସିଧା ପ୍ରସାରଣ ଦେଖିବା ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ କମନ୍ ଫିଡ୍ ପ୍ରଦାନ କରାଯିବ। ବୈଠକରେ ନିର୍ଦ୍ଦେଶକ ଓ ବୈଷୟିକ ନିର୍ଦ୍ଦେଶକଙ୍କ ସମେତ ବିଭିନ୍ନ ଅଧିକାରୀମାନେ ଉପସ୍ଥିତ ଥିଲେ।
    ଗତବର୍ଷ ମଧ୍ୟ କୋଭିଡ୍ ଗାଇଡ୍ଲାଇନ୍ ଅନୁସାରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥିଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ।