ଭୁବନେଶ୍ୱର,ଏନ୍ଏନ୍ଏସ୍: ଗଞ୍ଜାମରୁ ପିକନିକ ଯାଉଥିବା ଏକ ଗାଡ଼ି ବାଲୁଗାଁ ଠାରେ ଦୁର୍ଘଟଣା ଗ୍ରସ୍ତ ହେଇଥିଲା। ଏଥିରେ ରଙ୍ଗେଇଲୁଣ୍ଡା ଅଞ୍ଚଳର ୩ ଜଣ ଛାତ୍ରଙ୍କ ଅକାଳ ବିୟୋଗ ଘଟିଥିଲା। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।
ଏହା ସହିତ ଦୁର୍ଘଟଣାରେ ଆହତ ଛାତ୍ରମାନଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।