ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ମେଟ୍ରୋ ଟ୍ରେନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୁଳିଆ ପର୍ଯ୍ୟନ୍ତ କାମକୁ ଅନୁମୋଦନ ହୋଇଛି । ରେଳଷ୍ଟେସନ, ବାଣୀବିହାର, ପଟିଆ ଓ ନନ୍ଦନକାନନ ଦେଇ ଚାଲିବ । ଏଥିପାଇଁ ଏଲିଭେଟେଡ କରିଡର ବ୍ୟବସ୍ଥା କରିବାକୁ ପ୍ରସ୍ତାବ ଦିଆଯାଇଛି । ଭିଡ଼ କମାଇବା ପାଇଁ ମେଟ୍ରୋ ଚଳାଇବାକୁ ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ଭୁବନେଶ୍ୱର-କଟକ-ପୁରୀକୁ ସଂଯୋଗ ପାଇଁ ପ୍ରସ୍ତାବ ରହିଛି ।