ଭୁବନେଶ୍ୱର, ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଜରିଆରେ ହିଞ୍ଜିଳି ପୌରପରିଷଦ ଅଞ୍ଚଳରେ ୨୮କୋଟି ଟଙ୍କାରୁ ଉର୍ଦ୍ଧ୍ୱ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପିଲାମାନେ ହେଉଛନ୍ତି ଏ ଜାତିର, ଏ ଦେଶର ଭବିଷ୍ୟତ । ଶିକ୍ଷା ହେଉଛି ପରିବର୍ତ୍ତନର ଚାବିକାଠି। ଶିକ୍ଷା ହେଉଛି ପ୍ରକୃତ ସଶକ୍ତିକରଣ। ତେଣୁ ହିଞ୍ଜିଳିରେ ଶିକ୍ଷାର ବିକାଶ ଉପରେ ସେ ଗୁରୁତ୍ୱ ଦେଇଆସିଛନ୍ତି ବୋଲି ପ୍ରକାଶ କରି ହିଞ୍ଜିଳିକୁ ଶିକ୍ଷା କ୍ଷେତ୍ରରେ ଏକ ଆଗୁଆ ଅଞ୍ଚଳ ଭାବେ ବିକଶିତ କରିବା ତାଙ୍କର ଲକ୍ଷ୍ୟ ବୋଲି ସେ କହିଥିଲେ । ସେ ଆହୁରି କହିଛନ୍ତି କୋଭିଡ ମହାମାରୀ ଯୋଗୁଁ ସେ ବହୁତ ଦିନ ହେଲା ହିଞ୍ଜିଳି ଯାଇପାରି ନାହାନ୍ତି । ଏବେ ପରିସ୍ଥିତିରେ ଉନ୍ନତି ଆସିଥିବାରୁ ସେ ଖୁବ ଶୀଘ୍ର ହିଞ୍ଜିଳି ଗସ୍ତ କରି ଜନସାଧାରଣଙ୍କୁ ଭେଟିବେ ।
