Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ପଞ୍ଚାୟତ ପ୍ରତିନିଧିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନ, ୫-ଟି ମନ୍ତ୍ରକୁ ଗାଁ ବିକାଶରେ କର ଉପଯୋଗ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ପଞ୍ଚାୟତ ପ୍ରତିନିଧିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନ, ୫-ଟି ମନ୍ତ୍ରକୁ ଗାଁ ବିକାଶରେ କର ଉପଯୋଗ

ଭୁବନେଶ୍ବର,ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧି ମାନଙ୍କ ଦିଗବିନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଗାଁର ସମସ୍ୟାକୁ ନିଜ ସମସ୍ୟା ଭାବେ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହାର ସମାଧାନ ପାଇଁ ନିଷ୍ଠାପର ଉଦ୍ୟମ କରିବାକୁ ସେ ପରାମର୍ଶ ଦେଇଛନ୍ତି । ପଞ୍ଚାୟତ ପ୍ରତିନିଧି ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ୧ ଲକ୍ଷ ୬ ହଜାର ୩୫୨ ଜଣ ପଞ୍ଚାୟତ ପ୍ରତିନିଧି ଯୋଗ ଦେଇଛନ୍ତି । ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । କହିଛନ୍ତି ଯେ, ଏଥର ମହିଳାମାନେ ବହୁ ସଂଖ୍ୟାରେ ଜିତି ପଞ୍ଚାୟତର ମଙ୍ଗ ଧରିଛନ୍ତି । ଏହାଦ୍ବାରା ବିଜୁ ବାବୁଙ୍କ ମହିଳା ସଶକ୍ତିକରଣର ସ୍ବପ୍ନ ସାକାର ହୋଇଛି । ଆମର ଶାସନ ବ୍ୟବସ୍ଥା ଓ ବିକାଶ ଯୋଜନାରେ ପଞ୍ଚାୟତର ଗୁରୁତ୍ବ ରହିଛି ।

ପଞ୍ଚାୟତ ହେଉଛି ସେବାର କେନ୍ଦ୍ର । ସାଧାରଣ ଲୋକ ଯେପରି ସରକାରୀ ସେବାରୁ ବଞ୍ଚିତ ନ ହୁଏ, ସରକାରୀ ସେବା ପାଇବାରେ ହଇରାଣ ନ ହୁଏ, ସେଥିପ୍ରତି ଧ୍ୟାନ ଦେବାକୁ ସେ ପରାମର୍ଶ ଦେଇଛନ୍ତି । ପଞ୍ଚାୟତ ପ୍ରତିନିଧି ଗରିବ, ମହିଳା ତଥା ଦୁର୍ବଳ ଶ୍ରେଣୀର ଲୋକ ଓ ସେମାନଙ୍କ ଅଧିକାରକୁ ସୁରକ୍ଷା ଦିଅନ୍ତୁ । ଲୋକଙ୍କ ସୁଖଦୁଃଖରେ ସାମିଲ ହେବାକୁ ସେ ପରାମର୍ଶ ଦେଇଛନ୍ତି । ୫-ଟି ହେଉଛି ଟେକନୋଲୋଜି, ଟିମୱାର୍କ, ଟାଇମ, ଟ୍ରାନସପ୍ୟାରେନସି ବା ସ୍ବଚ୍ଛତା ଓ ରୂପାନ୍ତର। ୫-ଟି ମନ୍ତ୍ରକୁ ଗାଁର ବିକାଶରେ ଉପଯୋଗ କରନ୍ତୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହାଦ୍ବାରା ଆପଣଙ୍କ ଗାଁ, ଆପଣଙ୍କ ପଞ୍ଚାୟତର ପରିବର୍ତ୍ତନ, ଅନ୍ୟ ମାନଙ୍କ ପାଇଁ ଆଦର୍ଶ ହୋଇପାରିବ । ଜନସାଧାରଣ ଆମ ଉପରେ ଆସ୍ଥା ରଖିଛନ୍ତି । ଭରସା ରଖିଛନ୍ତି । ଲୋକଙ୍କୁ କେବେ ନିରାଶ ହେବାକୁ ଦେବା ନାହିଁ । ସେମାନଙ୍କ ଆସ୍ଥା ଓ ଭରସାକୁ ପବିତ୍ର ଦାୟିତ୍ବ ଭାବି ସେବା କଲେ ଲୋକଙ୍କ ହୃଦୟରେ ସବୁ ଦିନ ପାଇଁ ରହିଯିବେ ।

ନିଜ କାମ ଦ୍ବାରା ନିଜ ନିଜ ଅଞ୍ଚଳରେ ବିକାଶର ଦୂତ ଭାବରେ ନିଜର ପରିଚୟ ସୃଷ୍ଟି କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି । କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା ଯୋଗ ଦେଇଛନ୍ତି । ରାଜ୍ୟର ବିକାଶରେ ପଞ୍ଚାୟତରାଜ ଅନୁଷ୍ଠାନ ଗୁଡିକର ଭୂମିକା ସଂପର୍କରେ ଆଲୋକପାତ କରିଛନ୍ତି । ବିଭାଗ ପକ୍ଷରୁ ନିଆଯାଉଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ସଂପର୍କରେ ସେ ସୂଚନା ଦେଇଛନ୍ତି । ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି ଯେ, ବର୍ତ୍ତମାନ ଜିପିଏସ୍ ଟେକ୍ନୋଲୋଜି ଜରିଆରେ ପଞ୍ଚାୟତର ସବୁ ଭିତ୍ତିଭୂମିକୁ ମ୍ୟାପିଂ କରାଯାଇଛି । ଏହାଦ୍ବାରା ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ସମାଧାନ ତୁରନ୍ତ ହୋଇପାରିବ । ପଞ୍ଚାୟତଗୁଡିକ ସରକାରଙ୍କ ଅଭିଯୋଗ ଶୁଣାଣୀ ବ୍ୟବସ୍ଥାର ପ୍ରଥମ ସୋପାନ । ଲୋକଙ୍କ ଅଭିଯୋଗ ଗୁଡିକୁ ପଞ୍ଚାୟତ ସ୍ତରରେ ସମାଧାନ କରିବାକୁ ସେ ପରାମର୍ଶ ଦେଇଛନ୍ତି । କୃଷି ଓ କୃଷକ ସଶକ୍ତକରଣ ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ରାଜ୍ୟର ମହିଳା ଓ ଯୁବଶକ୍ତିକୁ ଆଗକୁ ଆଣି ପଞ୍ଚାୟତଗୁଡିକୁ ସଶକ୍ତ କରିବା ପାଇଁ ପଦକ୍ଷେପ ନେଇଛନ୍ତି ।

ସମସ୍ତେ ୫-ଟି ମନ୍ତ୍ରକୁ ଉପଯୋଗ କରି କାମ କଲେ, ରାଜ୍ୟରେ ରୂପାନ୍ତର ଆସିପାରିବ ବୋଲି ସେ କହିଛନ୍ତି । ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ସମାଜସେବା କରିବା ପାଇଁ ମହିଳା ମାନଙ୍କୁ ସୁଯୋଗ ଦେଇଛନ୍ତି । ଓଡିଶାରେ ମହିଳାମାନେ ସଶକ୍ତ ହୋଇପାରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶକୁ ନେଇ କାମ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସ୍ବାଗତ ଭାଷଣରେ କହିଛନ୍ତି ଯେ, ପଞ୍ଚାୟତ ଅନୁଷ୍ଠାନ ଗୁଡିକୁ ଆର୍ଥିକ ଦୃଷ୍ଟିରୁ ସଶକ୍ତ କରାଯାଇଛି । ବିକାଶ ପାଇଁ ଅନେକ ଅର୍ଥ ଦିଆଯାଉଛି । ଏହାର ସୁବିନିଯୋଗରେ ପ୍ରତିନିଧି ମାନଙ୍କ ପ୍ରଶିକ୍ଷଣ ବହୁତ ଗୁରୁତ୍ବପୂର୍ଣ୍ଣ । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ଅଶୋକ କୁମାର ମୀନା ଧନ୍ୟବାଦ ଅର୍ପଣ କରିଛନ୍ତି ।