ପୁରୀ,ଏଜେନ୍ସି: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ ଆସନ୍ତା ୨୪ ତାରିଖରେ ହେବାକୁ ଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯଜ୍ଞ ପୂର୍ଣ୍ଣାହୂତି କାର୍ଯ୍ୟକ୍ରମରେ ଯୋଗଦାନ କରିବେ।
ଆସନ୍ତାକାଲି ଅର୍ଥାତ ୨୨ ତାରିଖ ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ୩ଦିନ ଚାଲିବ ଏହି ଯଜ୍ଞ। ଏନେଇ ମଧ୍ୟ ପ୍ରସ୍ତୁତି ଜୋରସୋରରେ ଆରମ୍ଭ ହୋଇଯାଇଛି। ତେଣୁ ଏହି ଯଜ୍ଞର ଶେଷଦିନ ଅର୍ଥାତ ୨୪ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କରିବେ।
ଏହି ଯଜ୍ଞ ପୂଜାର୍ଚ୍ଚନା ପାଇଁ ଗଜପତି ଦିବ୍ୟସିଂହଦେବଙ୍କ ଦ୍ୱାରା ଆଜି ଶ୍ରୀନହର ଗୁଆ ଟେକା ନୀତି ଅନୁଷ୍ଠିତ ହୋଇଯାଇଛି। ଏହି ସମୟରେ ରାଜଗୁରୁ, ବ୍ରାହ୍ମଣ, ଜିଲ୍ଲାପାଳ ଓ ଶ୍ରୀମନ୍ଦିର ନୀତି ପ୍ରଶାସକ ଉପସ୍ଥିତ ଥିଲେ। ଆଜି ଅଧିବାସ ହେବା ପରେ ଯଜ୍ଞସ୍ଥଳରେ ଅଙ୍କୁରାରୋପଣ ଅନୁଷ୍ଠିତ ହେବ ବୋଲି ଜଣାପଡିଛି।