ସମ୍ଭାବ୍ୟ ମରୁଡ଼ି ପରିସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମ୍ଭାବ୍ୟ ମରୁଡ଼ି ପରିସ୍ଥିତିର ସମୀକ୍ଷା କରିଛନ୍ତି। ଏହି ପରିପ୍ରେକ୍ଷୀରେ ଜରୁରୀକାଳୀନ ଫସଲ ଯୋଜନା ପ୍ରସ୍ତୁତ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଦୈନିକ ଭିତ୍ତିରେ ପରିସ୍ଥିତି ଉପରେ ନଜର ରଖିବାକୁ  କହିଛନ୍ତି। ଏଥିସହିତ ୭ଦିନ ମଧ୍ୟରେ ସବୁ ଉଠା ଜଳସେଚନ କାର୍ଯ୍ୟକ୍ଷମ କରିବାକୁ ମଧ୍ୟ ଆଦେଶ ଦେଇଥିବା ଜଣାପଡ଼ିଛି।