ସଇଁନ୍ତଲା,ଏନ୍ଏନ୍ଏସ୍: ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ କେରମେଲି ହାଇସ୍କୁଲର ପ୍ରଧାନଶିକ୍ଷକ ସରୋଜ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସିଆରସିସି ଶେଷଦେବ ପଧାନ, ନାରାୟଣ ଜାଲ, ଟିକେଲାଲ ମେହେର, ସଞ୍ଜୀବ ସାହୁ, ଲାଚୁଟ ସ୍କୁଲର ପ୍ରଧାନଶିକ୍ଷୟତ୍ରୀ ମିନତୀ ବୈକାର, ହୀରଣମୟୀ ପୃସେଠ, ରେବତୀ ମାଝୀ, ସୁହାସିନୀ ଗୁରୁ, ଉମା ପ୍ରସାଦିନି ମେହେର, ରିନୁ ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।
ଏହି ସୁରଭି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ବିଭିନ୍ନ ସାସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା। ଲାଚୁଟ ସ୍କୁଲ ଛାତ୍ରୀ ମାନେ ଡ୍ୟାନ୍ସରେ ସ୍ୱଚ୍ଛ ଭାରତ ମିଶନକୁ ନେଇ ନୃତ୍ୟ ପରିବେଷଣ କରିଥିବା ବେଳେ ପ୍ରଥମ ସ୍ଥାନ ଅଧିକାର କରି ଆଗାମୀ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ପାଇଁ ମନୋନୀତ ହୋଇଛନ୍ତି। ହସ୍ତାକ୍ଷର ଲିଖନରେ ଆୟୁଷ ଗହୀର ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଏହି କାର୍ଯ୍ୟକ୍ରମରେ ସ୍କୁଲ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ସହଯୋଗ କରିଥିଲେ।