୯ଟା ସୁଦ୍ଧା ବାଲେଶ୍ୱରରେ ୧୨.୧୧ ଏବଂ ତିର୍ତ୍ତୋଲରେ ୭.୫୮ ପ୍ରତିଶତ ଭୋଟିଂ

ଭୁବନେଶ୍ୱର, ଏନ୍ଏନ୍ଏସ୍: ବାଲେଶ୍ୱର ଓ ତିର୍ତ୍ତୋଲରେ ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି । ସକାଳ ୯ଟା ସୁଦ୍ଧା ତିର୍ତ୍ତୋଲରେ ୭.୫୮ ଏବଂ ବାଲେଶ୍ୱରରେ ୧୨.୧୧ ପ୍ରତିଶତ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନି ଏନେଇ ସୂଚନା ଦେଇଛନ୍ତି । ସୂଚନା ଅନୁସାରେ, ମକ ପୁଲ ସମୟରେ କିଛି ଜାଗାରେ ତ୍ରୁଟି ଦେଖାଦେଇଥିଲା । ବାଲେଶ୍ୱରରେ ୨ଟି ଭିଭିପାଟ ବଦଳାଇ ଦିଆଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଭୋଟ ବର୍ଜନର ଖବର ଆସିନାହିଁ। ଉଭୟ ନିର୍ବାଚନ ମଣ୍ଡଳୀର ଭୋଟରମାନେ ବୁଥ ଆରେଞ୍ଜମେଣ୍ଟକୁ ନେଇ ଖୁସି ଥିବା କହିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନି