ମିଡ଼ିଆକିଆରେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆୟୋଜିତ

ବାଲିଗୁଡ଼ା,ଏନ୍‌ଏନ୍‌ଏସ୍‌: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ମଡ଼ିଆକିଆସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ଶିଶୁ ମହୋତ୍ସବ ସୁରଭି୨୦୨୩ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରଶାନ୍ତ କୁମାର ମହାପାତ୍ରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଉଦଘାଟନୀ ଉତ୍ସବରେ ବିଦ୍ୟାଳୟ ପ୍ରଧାନଶିକ୍ଷୟତ୍ରୀ ବିଜୟଲକ୍ଷ୍ମୀ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବାବେଳେ ମୁଖ୍ୟବକ୍ତା ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବଂଶୀଧର ସାହୁ ପ୍ରମୁଖ ଉପସ୍ଥିତ ରହି ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିବା ପରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ପରବେଷଣ ହୋଇଥିଲା । ଏଥିରେ ୯ଟି ଭିନ୍ନ ଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହିତ ଛାତ୍ରଛାତ୍ରୀମାନେ ଉପସ୍ଥିତ ରହି ବିଭିନ୍ନ ବିଭାଗ ସ୍ତରୀୟ ପ୍ରବନ୍ଧ, ଚିତ୍ରାଙ୍କନ, ବକୃତା, କୁଟପ୍ରଶ୍ନ, ନୃତ୍ୟ ସଙ୍ଗୀତ ଓ ମିଲେଟ ମିଶନ ଭଳି ବିଭିନ୍ନ ପ୍ରତିଯୋଗିତାମାନ ଆୟୋଜନ କରି କୃତି ପ୍ରତିଯୋଗୀଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ଏଥିରେ ସିଆରସିସି ପ୍ରଶାନ୍ତ କୁମାର ମହାପାତ୍ର ମଞ୍ଚ ପରିଚାଳନା କରିଥିବାବେଳେ ଜଗଦିଶ ଚନ୍ଦ୍ର ବେହେରା, ଯୋଗେନ୍ଦ୍ର ଜେନା, ସନ୍ତୋଷ କୁମାର ଦାସ, ଅସିତ କୁମାର ସାହୁ ଓ ଗୌରୀ ଶଙ୍କର ପାଢ଼ୀଙ୍କ ସମେତ ସମସ୍ତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀମାନେ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ । ଶେଷରେ ଶ୍ରୀ ମହାପାତ୍ର ଧନ୍ୟବାଦ ଦେଇଥିଲେ ।