ବିପ୍ଲବୀ କବି ରବି ସିଂଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ବିପ୍ଲବୀ କବି ରବି ସିଂଙ୍କ ଦେହାନ୍ତକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ଦିବଂଗତ ରବି ସିଂଙ୍କୁ ଅତ୍ୟନ୍ତ ପ୍ରତିଭାବାନ କବି, ଅନେକ ସାହିତ୍ୟ କୃତୀର ସ୍ରଷ୍ଟା ଏବଂ ବାସ୍ତବ ଦେଶପ୍ରେମୀ ବୋଲି ବର୍ଣ୍ଣନା କରିବା ସହ ତାଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଓଡିଆ ସାହିତ୍ୟ ଜଗତକୁ ସମୃଦ୍ଧ କରିଥିବା ତାଙ୍କ କ୍ରାନ୍ତିକାରୀ ରଚନା ସବ ର୍ଦା ସ୍ମରଣୀୟ କରି ରଖିବ । ତାଙ୍କ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।