Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପେ ଲୋକାର୍ପିତ ହେଲା ୨ ସ୍କୁଲ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପେ ଲୋକାର୍ପିତ ହେଲା ୨ ସ୍କୁଲ

ଭୁବନେଶ୍ୱର: ଲୋପାର୍ପିତ ହେଲା ଭୀମ ଭୋଇ ଦୃଷ୍ଟିହୀନ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ । ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପେ ଏହି ହୁଇ ସ୍କୁଲକୁ ଲୋକାର୍ପିତ କରିଥିଲେ । ଏହା ଦ୍ଵାରା ରାଜ୍ୟର ବିଭିନ୍ନ ପ୍ରାନ୍ତରରୁ ଦୃଷ୍ଟିବାଧିତ ଓ ଶ୍ରୁତିବାଧିତ ପିଲାମାନେ ଆସି ଛାତ୍ରାବାସରେ ରହି ଯୁକ୍ତ ୨ ପଢ଼ିବାର ସୁଯୋଗ ପାଇ ପାରିବେ । ପୂର୍ବରୁ ଏହି ପିଲା ସାଧାରଣ ବର୍ଗର ପିଲାଙ୍କ ପାଇଁ ଉଦ୍ଦିଷ୍ଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପାଠ ପଢୁଥିଲେ । ସେମାନଙ୍କ ପାଇଁ ସେଠାରେ ବିଶେଷ ସୁବିଧା ଉପଲବ୍ଧ ନଥିଲା ।

ଛାତ୍ରଛାତ୍ରୀଙ୍କୁ ଅଧିକ ଉତ୍ସାହିତ କରିବା ପାଇଁ ଧନ୍ଦାମୂଳକ ଶିକ୍ଷାରେ ଆଇ.ଟି ଓ ଆଇ.ଟି. ସମ୍ବଳିତ ସେବା ବିଷୟରେ ଶିକ୍ଷାଦାନର ସୁବିଧା କରାଯାଇଛି । ଭୀମ ଭୋଇ ଦୃଷ୍ଟିବାଧିତ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କଳା ବିଷୟ ସହିତ ଆଇ.ଟି ଖୋଲାଯାଇଛି । ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳରେ ବିଜ୍ଞାନ ବିଷୟ ସହିତ ଆଇ.ଟି ଶିକ୍ଷାର ସୁଯୋଗ ସୃଷ୍ଟି କରାଯାଇଛି । ଏହି ଅବସରରେ ଦୃଷ୍ଟିବାଧିତ ପିଲାଙ୍କ ନିମନ୍ତେ ଉଦ୍ଦିଷ୍ଟ ଅଡ଼ିଓ ଷ୍ଟୁଡିଓ ଓ ଶ୍ରୁତିବାଧିତ ପିଲାଙ୍କ ନିମନ୍ତେ ଭର୍ଚ୍ଚୁଆଲ ଷ୍ଟୁଡିଓକୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ। ଏଥି ସହିତ ଦୁଇ ବିଦ୍ୟାଳୟର ସମସ୍ତ ପିଲାଙ୍କୁ ନୂଆ ସ୍କୁଲ ବ୍ୟାଗ, ଦୃଷ୍ଟିହୀନ ପିଲାଙ୍କ ପାଇଁ ବ୍ରେଲିସ୍ଲେଟ, ବିଭିନ୍ନ ପ୍ରକାର ଖେଳ ସାମଗ୍ରୀ ମୁଖ୍ୟମନ୍ତ୍ରୀ ବଣ୍ଟନ କରିଥିଲେ ।

ଉଭୟ ଛାତ୍ରାବାସର ଅନ୍ତେବାସୀଙ୍କ ବ୍ୟବହାର ନିମନ୍ତେ ନୂଆ ବିଛଣା, ଖାଇବା ବାସନ ଆଦି ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ପ୍ରଦାନ କରଯାଇଛି । ଏଥି ସହିତ ଥଣ୍ଡା ପାନୀୟ ଜଳ ସୁବିଧା ପାଇଁ ଫ୍ରିଜ , ଶିକ୍ଷଣ କାର୍ଯ୍ୟକ୍ରମ ଓ ମନୋରଞ୍ଜନ ପାଇଁ ଉଭୟ ଛାତ୍ରାବାସକୁ ଟିଭି ପ୍ରଦାନ କରାଯାଇଛି । ଏହି ଦୁଇ ବିଦ୍ୟାଳୟର ଶିକ୍ଷକ – ଛାତ୍ର ଅନୁପାତ ପ୍ରତି ଦଶ ଜଣ ଛାତ୍ର ପାଇଁ ଜଣେ ଶିକ୍ଷକ ଅଛନ୍ତି । ଭୀମ ଭୋଇ ଦୃଷ୍ଟିବାଧିତ ବିଦ୍ୟାଳୟରୁ ଚଳିତ ବର୍ଷ ୧୦ ଜଣ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତି ବାଧିତ ବିଦ୍ୟାଳୟରୁ ୧୪ ଜଣ ଛାତ୍ର ଛାତ୍ରୀ ମ୍ୟାଟ୍ରିକ ପରୀକ୍ଷାରେ ଉତ୍ତୀନ୍ନ ହୋଇଛନ୍ତି । ଏଠାରେ ପିଲାମାନଙ୍କର ମାଗଣାରେ ନାମ ଲେଖାଇବାର ବ୍ୟବସ୍ଥା କରାଯାଇଛି ।

୫-ଟି ରୂପାନ୍ତରଣ କାର୍ଯ୍ୟକ୍ରମରେ ଦୁଇ ବିଦ୍ୟାଳୟରେ ଉପଯୋଗୀ ସ୍ମାର୍ଟ ଶ୍ରେଣୀ ଗୃହ, ଇ-ପାଠାଗାର, ବିଜ୍ଞାନାଗାର, ବିଭିନ୍ନ ଖେଳ ସୁବିଧା ଆଦି କରାଯାଇଛି । ଆଜି ଦୁଇ ବିଦ୍ୟାଳୟରେ ସରକାର ଉଚ୍ଚ ମାଧ୍ୟମିକ ଖୋଲିବାର ଆଦେଶନାମା ଛାତ୍ର, ଶିକ୍ଷକ ଓ ଅଭିଭାବକ ମହଲରେ ଆନନ୍ଦର ଲହରୀ ଖେଳିଯାଇଛି । ପ୍ରାରମ୍ଭରେ ଭୀମଭୋଇ ଦୃଷ୍ଟିହୀନ ବିଦ୍ୟାଳୟର ପିଲାମାନେ ବାଦ୍ୟ ଓ ସଂଗୀତ ପରିବେଷଣ କରି ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ । ଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି ଉପସ୍ଥିତ ରହି ଉଭୟ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ ।

ଏହି ଲୋକାର୍ପଣ ଉତ୍ସବରେ ୫-ଟି ସଚିବ ଭି. କେ ପାଣ୍ଡିଆନ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଶାସନ ସଚିବ ଅଶ୍ୱଥି ଏସ, ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ରଘୁରାମ ଆର ଆୟାର, ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା, ଖୋର୍ଦ୍ଧା ଜିଲ୍ଲାପାଳ ଓ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଜ୍ୟୋତି ରଞ୍ଜନ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । ପରେ ମୁଖ୍ୟମନ୍ତ୍ରୀ ରାଜ୍ଯ ପଣ୍ୟାଗାର ନିଗମର କର୍ପୋରେଟ ବିଲଡ଼ିଂର ଶିଳାନ୍ୟାସ କରିଥିଲେ । ଏହି କାର୍ଯ୍ୟକ୍ରମରେ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବିଧାୟକ ଅନନ୍ତ ନାରାୟଣ ଜେନା, ରାଜ୍ଯ ପଣ୍ୟାଗାର ନିଗମର ଅଧ୍ୟକ୍ଷ ପ୍ରମୂଖ ଉପସ୍ଥିତ ଥିଲେ ।