ସୁବର୍ଣ୍ଣରେଖାରେ ବଡ ବନ୍ୟା ଆଶଙ୍କା, ବାଲେଶ୍ବର ଜିଲ୍ଲାପାଳଙ୍କୁ ମିଳିଲା ଏସ୍‌ଆର୍‌ସି କ୍ଷମତା

ଭୁବନେଶ୍ବର,ଏନ୍ଏନ୍ଏସ୍: ସୁବର୍ଣ୍ଣରେଖା ବଡ ଧରଣର ବନ୍ୟା ଆଶଙ୍କା ଦେଖାଦେଇଛି । ଏହି ବନ୍ୟା ବନ୍ୟା ପରିଚାଳନା ପାଇଁ ବାଲେଶ୍ବର ଜିଲ୍ଲାପାଳଙ୍କୁ ଏସ୍‌ଆର୍‌ସି କ୍ଷମତା ମିଳିଛି । ବାଲେଶ୍ବର ଜିଲ୍ଲାପାଳଙ୍କୁ ସ୍ବତନ୍ତ୍ର କ୍ଷମତା ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲାପାଳଙ୍କୁ ଗୋଟିଏ ହେଲିକପ୍ଟର ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଏସଆରସି ପ୍ରଦୀପ ଜେନା ଟ୍ବିଟ୍ ଯୋଗେ ସୂଚନା ଦେଇଛନ୍ତି ।