Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ଆଜି ମୁଖ୍ୟମନ୍ତ୍ରୀଙ୍କ ବରଗଡ ଗସ୍ତ, ବିଭିନ୍ନ ପ୍ରକଳ୍ପର କରିବେ ଶୁଭାରମ୍ଭ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ଆଜି ମୁଖ୍ୟମନ୍ତ୍ରୀଙ୍କ ବରଗଡ ଗସ୍ତ, ବିଭିନ୍ନ ପ୍ରକଳ୍ପର କରିବେ ଶୁଭାରମ୍ଭ

ବରଗଡ଼,ଏନ୍ଏନ୍ଏସ୍: ଆଜି (ରବିବାର) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ ଜିଲ୍ଲା ଗସ୍ତ କରିବେ । ପଦ୍ମପୁର ଉପନିର୍ବାଚନ ପରେ ଏହା ମୁଖ୍ୟମନ୍ତ୍ରୀ ପ୍ରଥମ ବରଗଡ ଗସ୍ତ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଜିଲ୍ଲା ଗସ୍ତକୁ ନେଇ ପୋଲିସ ବିଭାଗ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୨୫ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିବା ବେଳେ 5 ଜଣ ଅତିରିକ୍ତ ଏସପି, ୧୬ ଜଣ ଡ଼ିଏସପି, ୩୨ ଜଣ ଇନେସ୍ପେକ୍ଟର, ୧୦୦ ଏସ୍ଆ‌ଇ ଏବଂ ଏଏସ୍ଆ‌ଇଙ୍କୁ ନିୟୋଜିତ କରାଯାଇଛି । ମୁଖ୍ୟମନ୍ତ୍ରୀ ଆଜି ବରଗଡ ଜିଲ୍ଲାରେ ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭାରମ୍ଭ କରିବେ ।

ପୂର୍ବତନ ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଦେହାନ୍ତ ପରେ ପଦ୍ମପୁରରେ ଉପନିର୍ବାଚନ ହୋଇଥିଲା । ଏହି ଉପନିର୍ବାଚନ ପରେ ମୁଖ୍ୟମନ୍ତ୍ରୀଙ୍କ ଏହା ପ୍ରଥମ ଗସ୍ତ । ପଦ୍ମପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତି ପୂରଣ ପାଇଁ ଆଜି ମୁଖ୍ୟମନ୍ତ୍ରୀ ପଦ୍ମପୁର ଉପଖଣ୍ଡର ଝାରବନ୍ଧ, ପାଇକମାଳ ଏବଂ ଗାଇସିଲେଟ ବ୍ଲକରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେବେ । ଏହାସହିତ ବିଭିନ୍ନ ପ୍ରକଳ୍ପଗୁଡିକର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଝାରବନ୍ଦ, ପାଇକମାଳ ଓ ପଦ୍ମପୁରରେ ୩ଟି ସମାବେଶ ଆୟୋଜିତ ହେବ । ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କୁ ସହାୟତା ରାଶି ବଣ୍ଟନ କରାଯିବ । ଏହାସହିତ କିଛି ବଡ ଘୋଷଣା ହୋଇପାରେ ବୋଲି ଅନୁମାନ କରାଯାଉଛି ।

ମୁଖ୍ୟମନ୍ତ୍ରୀ ଆଜି ପୂର୍ବାହ୍ନରେ ପଦ୍ମପୁର ନିର୍ବାଚନମଣ୍ଡଳୀ ଗସ୍ତ କରିବେ । ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ ହୋଇଛି । ପୂର୍ବାହ୍ନ ୧୧ଟାରେ ପଦ୍ମପୁର ସତୀଭଟ୍ଟା ଏୟାରଷ୍ଟ୍ରିପରେ ଅବତରଣ ପରେ ଝାରବନ୍ଧ ବ୍ଲକ ଗସ୍ତ କରିବେ ନବୀନ ପଟ୍ଟନାୟକ । ପରେ ଅପରାହ୍ନ ୧୨ଟା ୩୦ରେ ପାଇକମାଳ ଓ ଅପରାହ୍ନ ୩ଟା ୫୫ରେ ପଦ୍ମପୁରରେ ସାଧାରଣ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ବରଗଡବାସୀଙ୍କ ପାଇଁ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବା ସହିତ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ସହାୟତା ରାଶି ବଣ୍ଟନ କରିବେ ।