ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ

ପୁରୀ,ଏନ୍ଏନ୍ଏସ୍: ରଥଯାତ୍ରାରେ ପୁରୀ ଯାଇ ପରିକ୍ରମା ପ୍ରକଳ୍ପ କାମ ବୁଲି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶ୍ରୀମନ୍ଦିର ଦକ୍ଷିଣ ଦ୍ବାର ପଞ୍ଜାବୀ ମଠ ନିକଟରେ ନିର୍ମାଣ କାମ ପରିଦର୍ଶନ କରିଛନ୍ତି। କେତେ ପ୍ରତିଶତ କାର୍ଯ୍ୟ ଶେଷ ହୋଇଛି? ପରିକ୍ରମା ପ୍ରକଳ୍ପ ମ୍ୟାପ୍ ଦେଖି ନିର୍ମାଣ କାର୍ଯ୍ୟର ଅଗ୍ରଗତି ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ। ଉତ୍କଳୀୟ ଢାଞ୍ଚାରେ ଖଣ୍ଡୋଲାଇଟ୍ ପଥରରେ କାମ ହୋଇଛି। ଯାହା ଅତ୍ୟନ୍ତ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଉଛି। ଦକ୍ଷିଣ ଦ୍ବାର ପାଖରେ ୯୦ପ୍ରତିଶତ ନିର୍ମାଣ କାମ ଶେଷ ହୋଇଛି।

ସେହିପରି ସେଲ୍ଟର ପାଭିଲିୟନ୍ ବୁଲି ଦେଖିବା ସହ ନିର୍ମାଣ କାମର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ। ଆସନ୍ତା ୯ମାସ ମଧ୍ୟରେ କାମ ସାରିବାକୁ ଟାର୍ଗେଟ୍ ରଖାଯାଇଛି। ଐତିହ୍ୟ ପ୍ରକଳ୍ପ କାମ ସରିଲେ ଜଗନ୍ନାଥଙ୍କ ସହ ଜଡିତ ବିଭିନ୍ନ ରିତିନୀତି ଓ ପର୍ବପର୍ବାଣୀ ଅତି ସହଜରେ ପାଳନ ହେବ।