ପୁରୀ ଅଭିମୁଖେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ପୁରୀ,ଏନ୍ଏନ୍ଏସ୍: ଲକଡାଉନ ପରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଅଭିମୁଖେ ଯାଇଛନ୍ତି। ସେଠାରେ ସେ ଶ୍ରୀମନ୍ଦିର ଚତୁଃପାର୍ଶ୍ବର ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କରିବେ ବୋଲି ଜଣାପଡ଼ିଛି। ପୁରୀରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ଚଉହଦୀରେ ହୋଇଥିବା ବିଭିନ୍ନ କାର୍ଯ୍ୟ ବୁଲି ଦେଖିଥିଲେ। ଏହାପରେ ସମୀକ୍ଷା କାର୍ଯ୍ୟକ୍ରମ ରହିଛି। ରାଜ୍ୟ ସରକାରଙ୍କ ଉନ୍ନୟନ କମିସନର, ପୁରୀ ଶ୍ରୀମନ୍ଦିର ମୁଖ୍ୟପ୍ରଶାସକ, ପୁରୀ ଜିଲ୍ଲାପାଳ ଏବଂ ବହୁ ବରିଷ୍ଠ ଅଧିକାରୀ ସେଠାରେ ଉପସ୍ଥିତ ଅଛନ୍ତି।

ସୂଚନାଯୋଗ୍ୟ, ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ଗତ ଜାନୁଆରି ୧୬ରେ ଶେଷଥର ଲାଗି ଶ୍ରୀମନ୍ଦିର ଆସିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଥିଲେ।