୪ ଜିଲ୍ଲାର ମିଶନ ଶକ୍ତି ମା’ ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଜାତୀୟ ପତାକା ତିଆରି ପରି ଗୁରୁଦାୟିତ୍ୱ ଅର୍ପଣ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ

ଭୁବନେଶ୍ବର,ଏନ୍ଏନ୍ଏସ୍: ଆଜି ସନ୍ଧ୍ୟାରେ ନବୀନ ନିବାସଠାରେ ଯାଜପୁର, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା ମାନେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ। ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ନେଇ ଦକ୍ଷତାର ସହ ତୁଲାଇ ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ମିଶନ ଶକ୍ତି ମା ମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କ ଉପରେ ଆସ୍ଥା ରଖି ଜାତୀୟ ପତାକା ପ୍ରସ୍ତୁତ ପରି ଏକ ଗୁରୁଦାୟିତ୍ବ ଅର୍ପଣ କରିଥିବାରୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ଥିଲେ। ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ବ ଦେଇଥିଲେ।