ଜନ୍ମ ଦିନ ପାଳନ ପାଇଁ ନବୀନ ନିବାସ ନଆସିବାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆସନ୍ତା କାଲି ଅକ୍ଟୋବର ୧୬ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ତେବେ ମୁଖ୍ୟମନ୍ତ୍ରୀ ମେକ୍‌ ଇନ୍‌ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ଆସନ୍ତା କାଲି ତଥା ରବିବାର ହାଇଦ୍ରାବାଦ ଗସ୍ତରେ ଯାଉଥିବାରୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନଆସିବାକୁ ସେ ଶୁଭେଚ୍ଛୁ ମାନଙ୍କୁ ଅନୁରୋଧ କରିଛନ୍ତି। ଓଡ଼ିଶା ବାସୀଙ୍କ ସ୍ନେହ, ଶ୍ରଦ୍ଧା ଓ ଆଶୀର୍ବାଦ ପାଇଁ ସେ ସବୁବେଳେ ୠଣୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।