ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଲୋକର ପର୍ବ ଦୀପାବଳିକୁ ସାରା ଦେଶରେ ଆନନ୍ଦ ସହିତ ନିଜ ଘରେ ରହି ପାଳନ କରାଯାଉଛି। ଅନେକ ସ୍ଥାନରେ ବାଣ ଫୁଟାକୁ ନେଇ କଟକଣା ଜାରି ହୋଇଛି। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ, ପବିତ୍ର କାଳୀପୂଜା ଓ ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ଚଳିତ ବର୍ଷ କୋଭିଡ ମହାମାରୀକୁ ଦୃଷ୍ଟିରେ ରଖି ସାବଧାନତା ଓ ସତର୍କତା ବଜାୟ ରଖନ୍ତୁ। ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରିଦେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।