ରାଜ୍ୟବାସୀଙ୍କୁ ନୂଆବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ନୂଆବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ କରି ଅଭିନନ୍ଦନ ଜଣାଇବା ସହ ସମସ୍ତଙ୍କ ସୁଖ ସମୃଦ୍ଧି କାମନା କରିଛନ୍ତି ନବୀନ। ଏଥି ସହ ଏକ ଭିଡିଓ ବାର୍ତ୍ତା ମଧ୍ୟ ପୋଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବର୍ଷ ୨୦୨୧ରେ କରୋନା ସଙ୍କଟ ଦୂର ହେବା ସହ ରାଜ୍ୟର ଦ୍ରୁତ ପ୍ରଗତି ଏବଂ ସମସ୍ତଙ୍କ ସୁଖମୟ ଜୀବନ କାମନା ନେଇ ସେ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି।