ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଏକ ଭିଡିଓ ବାର୍ତ୍ତା ଜାରି କରି କହିଛନ୍ତି ରଥଯାତ୍ରାକୁ ଅନୁମତି ଦେଇଥିବାରୁ ସୁପ୍ରିମ୍‌ କୋର୍ଟଙ୍କୁ ଧନ୍ୟବାଦ। କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ମଧ୍ୟ ଧନ୍ୟବାଦ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରଥଯାତ୍ରାର ସୁପରିଚାଳନା ନିମନ୍ତେ ପୁରୀରେ କ୍ୟାମ୍ପ କରିବାକୁ ୩ ମନ୍ତ୍ରୀ ଓ ଯୋଜନା ବୋର୍ଡ ଉପାଧ୍ୟକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିବାର ସୂଚନା ଦେଇଛନ୍ତି। ରଥଯାତ୍ରାରୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ସ୍ଥିତି ତଦାରଖ କରିବାକୁ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ଆଇନ ମନ୍ତ୍ରୀ ପ୍ରତାପ ଜେନା ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସ ବର୍ମା ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ପୁରୀରେ ଅବସ୍ଥାନ କରିବେ।