କୋଭିଡ ପାଇଁ ଟିକା ନ ବାହାରିବା ପର୍ଯ୍ୟନ୍ତ ଜୀବନ କେବେ ବି ପୂର୍ବପରି ସ୍ୱାଭାବିକ ହେବ ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ରାଜ୍ୟବାସୀଙ୍କ ପାଇଁ ଭିଡିଓ ଜରିଆରେ ବାର୍ତ୍ତା ଦେଇଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆପଣମାନେ ଜାଣନ୍ତି ବର୍ତ୍ତମାନ ସାରା ଦେଶ ଅନଲକ ହେବା ଆରମ୍ଭ କରିଛି। ଆଉ ବିଶେଷ କିଛି କଟକଣା ନାହିଁ। ସାରା ବିଶ୍ୱରେ କୋଭିଡ ସଂକ୍ରମଣରେ ଭାରତ ତୃତୀୟ ସ୍ଥାନରେ ପହଞ୍ଚିଲାଣି। ଭାରତରେ ସଂକ୍ରମଣ ପ୍ରତି ୪ ଦିନରେ ଲକ୍ଷେ ବଢୁଛି।

ଆମ ରାଜ୍ୟରେ ମଧ୍ୟ ସଂକ୍ରମଣ ବଢୁଛି। ବର୍ଷା ଋତୁ ପାଇଁ ମୁଁ ଆପଣମାନଙ୍କୁ ଆଗରୁ ସାବଧାନ କରିଥିଲି। କୋଭିଡ୍ ପାଇଁ ଟିକା ବା ଔଷଧ ନ ବାହାରିବା ପର୍ଯ୍ୟନ୍ତ ଜୀବନ କେବେ ବି ପୂର୍ବପରି ସ୍ୱାଭାବିକ ହେବ ନାହିଁ । ତେଣୁ ସମସ୍ତଙ୍କ ମଙ୍ଗଳ ପାଇଁ ଆମକୁ ତ୍ୟାଗ କରିବାକୁ ହେବ । ମୁଁ ପୁଣିଥରେ ଆପଣମାନଙ୍କୁ ଅନୁରୋଧ କରୁଛି ଆପଣମାନେ କୋଭିଡ ଗାଇଡଲାଇନକୁ କଡାକଡି ଭାବରେ ପାଳନ କରନ୍ତୁ।