ଭୁବନେଶ୍ୱର,ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ପହଞ୍ଚିଛନ୍ତି । ଏଠାରେ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବା ପରେ ମୁଖ୍ୟମନ୍ତ୍ରୀ ପୂଜାର୍ଚ୍ଚନା କରିଛନ୍ତି । ପରେ ଏକାମ୍ର କ୍ଷେତ୍ର ପ୍ରକଳ୍ପର ସମୀକ୍ଷା କରିବେ ।
ଏହି ସମୟରେ ସ୍ୱାସ୍ଥ୍ୟବସ୍ଥା ନେଇ ପ୍ରଶ୍ନ ପଚାରିବାରୁ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନିର୍ବାଚନ ଆସିଲେ ମୋ ସ୍ୱାସ୍ଥ୍ୟବସ୍ଥା ନେଇ ଏମିତି ଗୁଜବ କରାଯାଏ । ମୁଁ ସମ୍ପୂର୍ଣ୍ଣ ରୂପେ ସୁସ୍ଥ ଅଛି ଓ ବହୁତ ଖୁସି ଅଛି ।