କେନ୍ଦୁଝର,ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦୁଝରବାସୀଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ବିଏସକେୱାଇ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଫଳରେ ଜିଲ୍ଲାର ପ୍ରାୟ ୪.୨୦ଲକ୍ଷ ପରିବାର ଏହି ସୁବିଧା ପାଇବେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ୧୪୩୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ମଧ୍ୟ ଶୁଭାରମ୍ଭ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, କେନ୍ଦୁଝରକୁ ଏକ ସମୃଦ୍ଧ ଜିଲ୍ଲା ଭାବେ ଗଢ଼ିବା ସରକାରଙ୍କ ଲକ୍ଷ୍ୟ । ଜିଲ୍ଲାର ସବୁ ଗାଁ, ସହର ଓ ପରିବାରକୁ ଡିସେମ୍ବର ୨୦୨୨ ସୁଦ୍ଧା ପାଇପ ପାଣି ସଂଯୋଗ ଯୋଗାଇ ଦିଆଯିବ । ଜନଜାତୀ ଭାଇଭଉଣୀଙ୍କ ରୋଜଗାର ବୃଦ୍ଧି ପାଇଁ ରାଜ୍ୟ ସରକାର ୩୬ କୋଟି ଟଙ୍କାର ବୃହତ କୁକୁଡ଼ା ପାଳନ ପ୍ରକଳ୍ପ ଆରମ୍ଭ କରିବେ ।