ଲାଞ୍ଚୁଆ ଅଫିସରଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ, ବର୍ତ୍ତମାନ ସୁଦ୍ଧା ୭୪ ଅଧିକାରୀଙ୍କୁ ବରଖାସ୍ତ

ଭୁବନେଶ୍ୱର,ଏନ୍‍ଏନ୍‍ଏସ୍‍: ଦୁର୍ନୀତି ବିକାଶର ସବୁଠାରୁ ବଡ଼ ପ୍ରତିବନ୍ଧକ। ତେଣୁ ଦୁର୍ନୀତି ବିରୋଧରେ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁର୍ନୀତି କ୍ଷେତ୍ରରେ ଶୂନ୍ୟ ସହିଷ୍ଣୁତା ନୀତି ଉପରେ ସବୁବେଳେ ଗୁରୁତ୍ୱ ଦେଇଆସିଛନ୍ତି। ତେଣୁ ଦୁର୍ନୀତି ବିରୋଧରେ ତାଙ୍କର କଡ଼ା କାର୍ଯ୍ୟାନୁଷ୍ଠାନର ଅଂଶ ସ୍ୱରୂପ ମୁଖ୍ୟମନ୍ତ୍ରୀ ଆଜି ୬ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ କରିବା ସହ ସେମାନଙ୍କ ପେନସନ ସୁବିଧା ମଧ୍ୟ ସ୍ଥାୟୀ ଭାବରେ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ୨ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଗତ ଅଗଷ୍ଟ ମାସରୁ ଏପର୍ଯ୍ୟନ୍ତ ୭୪ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ କରାଯାଇଥିବା ବେଳେ ୧୫ଜଣଙ୍କ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଆଜି ଦୁର୍ନୀତି ବିରୋଧୀ କାର୍ଯ୍ୟାନଷ୍ଠାନର ସମ୍ମୁଖୀନ ହୋଇଥିବା ଲାଞ୍ଚୁଆ ଅଧିକାରୀମାନଙ୍କ ମଧ୍ୟରେ ଅଛନ୍ତି। ଓବିସିସିର ପୂର୍ବତନ ଯନ୍ତ୍ରୀମୁଖ୍ୟ ତଥା ପରିଚାଳନା ନିର୍ଦ୍ଦେଶକ ସୁଧୀର କୁମାର ବଜେନ୍ଦ୍ର ନାରାୟଣ। ତାଙ୍କର ପେନସନ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି।