ଶାନ୍ତନୁ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେବ ଶେଷକୃତ୍ୟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏଥିସହିତ ତାଙ୍କ ନିର୍ଦ୍ଦେଶନାରେ ହୋଇଥିବା ସଂଗୀତ ଓଡ଼ିଆ ଚଳଚ୍ଚିତ୍ରରେ ଛାଡି ଯାଇଥିବା ଛାପ ସର୍ବଦା ସ୍ମରଣୀୟ। ତାଙ୍କ ବିୟୋଗରେ ଓଡିଶା ଜଣେ ସୁଯୋଗ୍ୟ ସନ୍ତାନକୁ ହରାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହିତ ସ୍ୱର୍ଗତ ଶାନ୍ତନୁ ମହାପାତ୍ରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିସହିତ ତାଙ୍କ ନିର୍ଦ୍ଦେଶିତ ସଙ୍ଗୀତ ହିଁ ତାଙ୍କୁ ସବୁଦିନ ଅମର ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।