ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ଆଶୁଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: କରୋନା ସଂକ୍ରମିତ ହୋଇ ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ପ୍ରତିଷ୍ଠାନ(ଏମସ୍‌) କୋଭିଡ୍‌ ହସ୍ପିଟାଲରେ ଭେଣ୍ଟିଲେଟର ସପୋର୍ଟରେ ଚିକିତ୍ସିତ ହେଉଛନ୍ତି ବିରୋଧୀ ଦଳର ନେତା ପ୍ରଦୀପ୍ତ ନାୟକ। ଏ ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛନ୍ତି। ଏକ ଉଚ୍ଚସ୍ତରୀୟ ଡାକ୍ତରୀ ଟିମ୍‌ ଏମସ୍‌ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରି ତାଙ୍କୁ କିପରି ଉତ୍ତମ ଚିକିତ୍ସା ସେବା ଯୋଗାଇ ଦିଆଯିବ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦେଇଛନ୍ତି।

ଏଥିସହିତ ତାଙ୍କ ଅସୁସ୍ଥ ଖବର ଶୁଣି ମୁଖ୍ୟମନ୍ତ୍ରୀ ମଧ୍ୟ ତାଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି।