ଭୁବନେଶ୍ୱର,ଏନ୍ଏନ୍ଏସ୍: ଓଡ଼ିଶା ପୁଲିସରେ ୪,୭୯୦ଟି କନେଷ୍ଟବଳ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଚଳିତ ବର୍ଷ ୪ଟି ପର୍ଯ୍ୟାୟରେ ଏହି ପଦବୀଗୁଡ଼ିକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଖାଲିଥିବା ଏ ସମସ୍ତ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଖୁବଶୀଘ୍ର ଆରମ୍ଭ କରାଯିବ । ରାଜ୍ୟର ୩୪ଟି ପୁଲିସ ଜିଲ୍ଲା ତଥା କମିଶନରେଟ୍ ପୁଲିସରେ ସେମାନଙ୍କୁ ନିଯୁକ୍ତି ଦିଆଯିବ । ଏହାଦ୍ୱାରା ବିଭିନ୍ନ ଜିଲ୍ଲା ତଥା ଥାନାମାନଙ୍କରେ ଖାଲିଥିବା କନେଷ୍ଟବଳ ପଦବୀ ପୂରଣ ହୋଇପାରିବ ଏବଂ ଆଇନ ଶୃଙ୍ଖଳା ରକ୍ଷା ଦିଗରେ ପୁଲିସର ସାମର୍ଥ୍ୟ ମଧ୍ୟ ବୃଦ୍ଧି ପାଇବ ।