ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମ୍ପତ୍ତି ତାଲିକା

ଭୁବନେଶ୍ୱର,ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ସମ୍ପତ୍ତି ତାଲିକା ଦେଇଛନ୍ତି। ୨୦୨୦, ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ନିଜ ସମ୍ପତ୍ତି ତାଲିକା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ୱେବ୍‌ସାଇଟରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ମନ୍ତ୍ରୀମାନଙ୍କ ସମ୍ପତ୍ତି ତାଲିକା ସ୍ଥାନିତ ହୋଇଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀଙ୍କ ଦେଶର ୭ଟି ବ୍ୟାଙ୍କରେ ୧୩ କୋଟି ୧ ଲକ୍ଷ ୬ ହଜାର ୧୧ ଟଙ୍କା ରହିଛି। ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ ଦିଲ୍ଲୀ ଜନପଥ ଶାଖାରେ ସର୍ବାଧିକ ୧ କୋଟି ୩ ଲକ୍ଷ ୧୩ ହଜାର ୪୯୯ ଟଙ୍କା ରହିଛି।

ସେହିପରି ମୁଖ୍ୟମନ୍ତ୍ରୀଙ୍କ ପାଖରେ ରହିଛି ୨ ଲକ୍ଷ ୮୯ ହଜାର ୫୮୭ ଟଙ୍କାର ସୁନା ଅଳଙ୍କାର। ଏବେବି ମୁଖ୍ୟମନ୍ତ୍ରୀଙ୍କ ପାଖରେ ରହିଛି ୧୯୮୦ ମଡେଲର ଆମ୍ବାସଡର କାର୍‌। ମୁଖ୍ୟମନ୍ତ୍ରୀଙ୍କ ସ୍ଥାବର ସମ୍ପତ୍ତି ମଧ୍ୟରେ ରହିିଛି ଫରିଦାବାଦର ତିକ୍ରିଖେରା ଥିବା ଜମି ଓ କୋଠା। ଯାହାର ଆନୁମାନିକ ମୂଲ୍ୟ ୧୦ କୋଟି ୭୫ ଲକ୍ଷ ୫୧ ହଜାର ୭୧ ଟଙ୍କା ହେବ।

ସବୁଠାରୁ ବଡ଼ କଥା ହେଉଛି, ଗତବର୍ଷ ଠାରୁ ଚଳିତବର୍ଷ ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି ବଢିଛି।