ଦେବଗଡ଼,ଏନ୍ଏନ୍ଏସ୍: ଦେବଗଡ଼ ଜିଲ୍ଲାରେ ହୋଇଥିବା ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମବେଳେ ଟେଣ୍ଟ ଭୁଷୁଡ଼ିବା ଯୋଗୁ ଆହତ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଆମ୍ବୁଲାନ୍ସ ସହାୟତାରେ ଦେବଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ପରେ ଜିଲ୍ଲାପାଳ ସୁଧାଂଶୁ ମୋହନ ସାମଲ, ଜିଲ୍ଲା ପରିଷଦ ଅଧ୍ୟକ୍ଷ କୌଶିକ କୁମାର ପ୍ରଧାନ ଓ ଏସପି ରାଜକିଶୋର ପାଇକରାୟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ଆହତ ଛାତ୍ରଛତ୍ରୀଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧରେ ଡାକ୍ତରଙ୍କ ସହ ଆଲୋଚନା କରିବା ସହ ସମସ୍ତ ଚିକିତ୍ସା ବ୍ୟବସ୍ଥା କରାଇଥିବା ଜଣାପଡ଼ିଛି ।