ମାଲକାନଗିରି,ଏନ୍ଏନ୍ଏସ୍: ମାଲକାନଗିରି ଜିଲ୍ଲାର ମାଥିଲି ବ୍ଲକ୍ ଅନ୍ତର୍ଗତ ମାଓ ଉପଦ୍ରୁତ ଅଞ୍ଚଳ ସାଲିମି ଉନ୍ନୀତ ମଧ୍ୟ ଇଂରାଜୀ ବିଦ୍ୟାଳୟକୁ ଜିଲ୍ଲାପାଳ ମନୀଷ ଅଗ୍ରୱାଲ ପରିଦର୍ଶନରେ ଯାଇ ଗଣିତ ପଢ଼ାଇଥିବା ଜଣାଯାଇଛି। ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀଙ୍କ ଦକ୍ଷତା ଓ ଜ୍ଞାନ ପରୀକ୍ଷା କରିଛନ୍ତି। ଏଥିସହ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରି ପାଠପଢ଼ାରେ ମନ ନିବେଶ କରି ଆଗାମୀ ଦିନରେ ଜଣେ ସୁନାଗରିକ ହେବାକୁ ପରାମର୍ଶ ଦେଇଥିଲେ।
