ଗୋଲାମୁଣ୍ଡାରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର

ଭବାନୀପାଟଣା,ଏନ୍ଏନ୍ଏସ୍: ସୋମବାର ଗୋଲାମୁଣ୍ଡାସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପଜିଲ୍ଲାପାଳ, ଧର୍ମଗଡ଼ ବେଦ ଭୂଷଣ, ବ୍ଲକ୍‌ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ, ବିଡିଓ ଶ୍ରୀଧର ପଣ୍ଡାଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଶିବିରରେ ମୋଟ୍‌ ୩୪ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।