ଜୟପାଟଣା ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା,ଏନ୍ଏନ୍ଏସ୍: ଆଜି ଜୟପାଟଣା ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ ପଟେଲ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସଚ୍ଚିନ୍‌ ପାୱାର, ଉପଜିଲ୍ଲାପାଳ ଧର୍ମଗଡ ବେଦ ଭୂଷଣ, ଏସ୍‌ଡିପିଓ ଧର୍ମଗଡ ଧୀରଜ କୁମାର ଚୋପଦାର, ପଞ୍ଚାୟତ ସମିତି ଅଧ୍ୟକ୍ଷ ଥବିର ବାଗ, ଉପାଧ୍ୟକ୍ଷ ଜାନକୀ ବଣୁଆ, ବିଡିଓ ସ୍ନିଗ୍ଧାରାଣୀ ପ୍ରଧାନଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୨୮୫ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୫୮ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୩ଟି ଅଭିଯୋଗର ସମାଧାନ ତତ୍‌କ୍ଷଣାତ କରାଯାଇଥିଲା।